ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!

0

ଓଡ଼ିଆ ନ୍ୟୁଜ୍: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ଉତ୍ସବରେ ସାମିଲ ହେବେ। ତେବେ ପ୍ରଧାନମନ୍ତ୍ରୀ ଜୁନ୍‌ ୧୧ କିମ୍ବା ୧୨ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।ସୂଚନା ଥାଉକି, ଜୁନ୍‌ ୧୨ରେ ମୋହନ ସରକାରଙ୍କୁ ବର୍ଷେ ପୂରିବ। ଏନେଇ ଜନତା ମଇଦାନରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଏହି ସମାରୋହ ଚାଲିବ। ଏଥିରେ ପ୍ରଧାନମନ୍ତ୍ରୀ ଯୋଗ ଦେଇ ଓଡ଼ିଶାବାସୀଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଥିବା ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

Leave A Reply

Your email address will not be published.