ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ସମାରୋହରେ ସାମିଲ ହେବେ । ପିଏମ୍‌ଙ୍କ ଗସ୍ତ ନେଇ ରାଜଧାନୀରେ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା । ଜନତା ମଇଦାନରେ ଆୟୋଜିତ ମେଗା ସୋ’ରେ ଓଡ଼ିଶାକୁ ମୋଦି ଭେଟିଦେବେ ୧୯ ହଜାର କୋଟିର ପ୍ରକଳ୍ପ । ଉପସ୍ଥିତ ଜନତାଙ୍କୁ କରିବେ ସମ୍ବୋଧନ । ଏ ଗସ୍ତ ବେଳେ ପ୍ରଧାନମନ୍ତ୍ରୀ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ । ବିମାନ ବନ୍ଦରରୁ ଜନତା ମଇଦାନ ଯାଏଁ କରିବେ ବିଶାଳ ରୋଡ୍‌ ସୋ । ପ୍ରଧାନମନ୍ତ୍ରୀଙ୍କ ଏ ଗସ୍ତ ପାଇଁ ରାଜଧାନୀ କଡ଼ା ସୁରକ୍ଷା ବଳୟରେ ରହିଛି । ପ୍ରଧାନମନ୍ତ୍ରୀ ଜନତା ମଇଦାନର ଭବ୍ୟ ସମାରୋହରେ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । ୬୦ ପ୍ରକଳ୍ପର ଶିଳାନ୍ୟାସ ଏବଂ ୪୫ ପ୍ରକଳ୍ପର ହେବ ଲୋକାର୍ପଣ ।୩.୪୫ରୁ ୪.୧୫ ଯାଏଁ ରୋଡ ସୋରେ ପ୍ରଧାନମନ୍ତ୍ରୀ ଜନତା ମଇଦାନ ସଭାସ୍ଥଳୀକୁ ଯିବେ । ସେଠାରେ ସାଢ଼େ ୫ ଯାଏଁ କାର୍ୟ୍ୟକ୍ରମରେ ସାମିଲ ହେବେ ।

ବିମାନବନ୍ଦରରୁ ଜନତା ମଇଦାନ ଭିତରେ ୨୮ଟି ଜାଗାରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ସ୍ୱତନ୍ତ୍ର ସାଂସ୍କୃତିକ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ । ୫ଟା ୫୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରୁ ବିଶାଖାପାଟନମ୍‌ ଅଭିମୁଖେ ଯିବେ ମୋଦି । ବର୍ଷ ପୂର୍ତ୍ତି ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହେବେ । ଏହାଛଡ଼ା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, ରାଜ୍ୟର ସମସ୍ତ ମନ୍ତ୍ରୀ, ସାଂସଦ ଓ ବିଧାୟକ ମଧ୍ୟ ଯୋଗ ଦେବେ ।

Leave A Reply

Your email address will not be published.