ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ଉଦ୍ଘାଟିତ

0

ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ଉଦ୍ଘାଟିତ। ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ବାଲେଶ୍ୱର ସଦର ଓ ଜଳେଶ୍ୱର ବ୍ଲକ ସ୍ଥିତ ୨ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ବାଲେଶ୍ୱର ଆଇ.ଟି.ଆଇ ପଡିଆସ୍ଥିତ ବିଜୁ ପଟ୍ଟନାୟକ ବହୁମୁଖୀ ଇନଡୋର ଷ୍ଟାଡିୟମଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ସଦର ବିଧାୟକ ଶ୍ରୀ ସ୍ୱରୂପ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ |

ତତ୍ସହିତ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ବିଶ୍ୱ ରଞ୍ଜନ ନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନା ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ଏହି ସଭାରେ ଉପସ୍ଥିତ ଥିଲେ | ଏହି ପ୍ରକଳ୍ପ ଗୁଡିକର ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ଦକ୍ଷ ଯୁବ ସମାଜ ଗଠନ ପାଇଁ ଆମେ କ୍ରୀଡା ଉପରେ ଅଧିକ ଗୁରୁତ୍ୱ ଦେଉଛୁ। ଏହା ଦ୍ୱାରା ଓଡିଶା ଆଜି ସାରା ବିଶ୍ୱରେ କ୍ରୀଡା କ୍ଷେତ୍ରରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଛି। କ୍ରୀଡା କ୍ଷେତ୍ରରେ ଆଜି ସବୁ ରାଜ୍ୟ ଓଡିଶା ମଡେଲକୁ ଅନୁସରଣ କରୁଛନ୍ତି। ଇନ୍‌ଡୋର ଷ୍ଟାଡିୟମ ଉଦ୍‌ଘାଟନ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସବୁ ଇନ୍‌ଡୋର ଷ୍ଟାଡିୟମ ରାଜ୍ୟରେ କ୍ରୀଡା ସଂସ୍କୃତିକୁ ଆହୁରି ଆଗକୁ ନେବ।

ବିଶେଷ କରି ବୃତ୍ତିଗତ କ୍ରୀଡା କ୍ଷେତ୍ରରେ ଏହା ଆମ ପିଲାମାନଙ୍କ ପାଇଁ ବହୁ ସୁଯୋଗ ସୃଷ୍ଟି କରିବ। ଗାଁ ଓ ଛୋଟ ସହରର ପିଲାମାନେ ବହୁ ସଂଖ୍ୟାରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇ ପାରିବେ ଏବଂ ଓଡ଼ିଶାରେ କ୍ରୀଡ଼ା ସଂସ୍କୃତିର ବିକାଶ ପାଇଁ ଆମର ପ୍ରୟାସ ଗୁଡିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ଗାଁଠାରୁ ସହର ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍ଥାନରେ ବୃତ୍ତିଗତ କ୍ରୀଡାର ବିକାଶ ପାଇଁ ୫ଟି ଉପକ୍ରମ ଅଧୀନରେ ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ କରାଯାଇଛି। ଏହି ଅବସରରେ ୫ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ କହିଥିଲେ ଯେ ଆଜି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିବା ସବୁ ସ୍ପୋର୍ଟସ୍ କମ୍ପ୍ଲେକ୍ସ ଗୁଡିକ ଓଡିଶାବାସୀଙ୍କ ଟଙ୍କାରେ ତିଆରି ହୋଇଛି । ଏହା ରାଜ୍ୟବାସୀଙ୍କ ସମ୍ପତ୍ତି। ଆପଣମାନଙ୍କ ସମ୍ପତ୍ତି। ଏଗୁଡିକୁ ସଠିକ୍‌ ଭାବେ ଉପଯୋଗ କରିବେ ଏବଂ ଉପଯୁକ୍ତ ରକ୍ଷଣାବେକ୍ଷଣ କରିବେ ବୋଲି ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ।

Leave A Reply

Your email address will not be published.