ଓଡ଼ିଆ ନ୍ୟୁଜ୍: ଗିରଫ ୧୧୪ SI ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ। ୫୦ ହଜାର ଟଙ୍କା ଓ ୨ ଜାମିନଦାରଙ୍କ ମୁଚାଲିକାରେ ମିଳିଲା ଜାମିନ। ପୋଲିସ SI ପରୀକ୍ଷା ପାଇଁ ଯାଉଥିଲେ ହାଇଦ୍ରାବାଦ।ଓଡ଼ିଶାରୁ ବିଜୟୱାଡା ଯିବା ବେଳେ ଗିରଫ କରିଥିଲା ପୋଲିସ।ମୁଖ୍ୟ ଅଭିଯୁକ୍ତ ମୁନ୍ନା ମହାନ୍ତିଙ୍କ ସମେତ ୯ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ।
ସେମାନଙ୍କ ମଧ୍ୟରୁ ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ ଏପରି ମୋଟ ୧୨୧ ଜଣ ଜାମିନ ପାଇଁ କୋର୍ଟରେ ଆବେଦନ କରିଥିଲେ। ସ୍ୱତନ୍ତ୍ର ଭିଜିଲାନ୍ସ ଜଜ ଜ୍ଞାନେନ୍ଦ୍ର କୁମାର ବାରିକ ଏହାର ଶୁଣାଣି କରି ୧୧୭ ଜଣ ଅଶାୟୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅନ୍ୟପଟେ ୭ ଜଣ ଦଲାଲଙ୍କ ଜାମିନ ଖାରଜ କରିଦେଇଛନ୍ତି। ଏନେଇ ଏପିପି ରଜତ କୁମାର ଦାଶ ସୂଚନା ଦେଇଛନ୍ତି। ଆଜି ଅଶାୟୀମାନେ ଜାମିନରେ ଵ୍ରହ୍ମପୁର ଜେଲରୁ ବାହାରିବେ। ସେହିପରି ସେମାନଙ୍କ ପରିବାର ଲୋକଙ୍କ ଭିଡ଼ ଏବେ ଜେଲ ବାହାରେ ଦେଖିବାକୁ ମିଳିଛି।