ଖଲ୍ଲିକୋଟରେ ରାଜନୈତିକ ହିଂସା; 8ଗିରଫ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ବୁଧବାର ଦିନ ଗଞ୍ଜାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି।

ଯେଉଁଥିରେ ଖଲ୍ଲିକୋଟର ଶ୍ରୀକୃଷ୍ଣଶରଣପୁର ହିଂସାକାଣ୍ଡ ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ସୂଚନା ମୁତାବକ , ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣସରଣପୁର ଗାଁରେ ପୋଷ୍ଟର ମାରିବାକୁ କେନ୍ଦ୍ର କରି ବୁଧବାର ରାତିରେ ବିଜେଡି ଓ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା।

ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ ବିଜେପିର ୪ ଜଣ କର୍ମୀ ଆହତ ହୋଇଥିଲେ। ଗୁରୁତରଙ୍କୁ ତୁରନ୍ତ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି।  ସେପଟେ ଘଟଣାକୁ ନେଇ ପରିବାର ଲୋକଙ୍କ ସହ ମିଶି ଥାନା ଘେରାଉ କରିଛି ବିଜେପି।

Leave A Reply

Your email address will not be published.