ଓଡ଼ିଆ ନ୍ୟୁଜ୍: ଯୋଗ୍ୟ ହିତାଧିକାରୀ ନିଶ୍ଚୟ ପାଇବେ ସୁଭଦ୍ରା ଯୋଜନା ସହାୟତା।ସୁଭଦ୍ରା ଯୋଜନାର ସମୀକ୍ଷା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସୂଚନା।କାହିଁକି ବଞ୍ଚିତ ହେଲେ, ତାହାର ତର୍ଜମା ଚାଲିଛି ।ଯୋଗ୍ୟ ହୋଇଥିଲେ ଏକା ଥରକେ ଦୁଇଟି କିସ୍ତି ସୁଭଦ୍ରା ଟଙ୍କା ପାଇବେ।ଆଜି ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧକ୍ଷତାରେ ଲୋକସେବା ଭବନରେ ଏନେଇ ସମୀକ୍ଷା ବୈଠକ ହୋଇଥିବା ଜଣାଯାଇଛି ।
ବୈଠକ ପୂର୍ବରୁ ୩ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ । ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଥିବା ମହିଳାଙ୍କ ତଥ୍ୟ ମଗା ଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା । ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି ତା’ର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା । ତିନି ବିଭାଗର ରିପୋର୍ଟ ଆଧାରରେ ଆଜି ସୁଭଦ୍ରା ସମୀକ୍ଷା ବୈଠକ କରାଯାଇଛି ।