ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଦୀପ ଜେନା, ଅଭିନନ୍ଦନ ଜଣାଇଲେ ବିଭିନ୍ନ ବ୍ୟକ୍ତି ବିଶେଷ

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ):ବରିଷ୍ଠ ଆଇଏଏସ ଅଧିକାରୀ ପ୍ରଦୀପ କୁମାର ଜେନା ରାଜ୍ୟର ନୂତନ ମୁଖ୍ୟ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଏହି ଅବସରରେ ଅତିରିକ୍ତ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ପ୍ରମୁଖ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ବିଦାୟୀ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଗତକାଲି ଶେଷ ହେବାପରେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି ନୂଆ ମୁଖ୍ୟ ସଚିବ । ପୂର୍ବରୁ ସେ ଉନ୍ନୟନ କମିଶନର ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ସ୍ଥାନରେ ଜଳ ସଂପଦ ବିଭାଗ ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ ଆଜି ନୂତନ ଉନ୍ନୟନ କମିଶନର ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.