ବିଜେଡିରୁ ପ୍ରଫୁଲ୍ଲ ମଲ୍ଲିକ ନିଲମ୍ବିତ

0

ଓଡ଼ିଆ ନ୍ୟୁଜ୍: ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପ୍ରାକ୍ତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ ଚିଠି ଜରିଆରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ ଚିଠି ଜରିଆରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବି ଦଳ ବିରୋଧରେ ନିୟମିତଭାବେ ଅସନ୍ତୋ‌ଷ ଝାଡ଼ିଚାଲିଥିଲେ।

ବିଜେଡି ଠିକ୍ ଭାବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁନି ବୋଲି ସେ ରୋକ୍‌ଠୋକ୍ କହିଥିଲେ। ପ୍ରଫୁଲ କହିଥିଲେ ମୁଁ ଏବେ ବିଜେଡିରେ ଅଛି। କିନ୍ତୁ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଦଳ ଯଦି ଠିକ ଢଙ୍ଗରେ ନ ଚାଲିବ ତା’ହେଲେ ଦଳ ଠାରୁ ଦୂରେଇଯିବି। ଦଳ ଆଉ ପୂର୍ବ ବିଚାରଧାରାରେ ନାହିଁ। ଦଳକୁ ସଙ୍ଗଠିତ କରିବାକୁ କିଛି ପରାମର୍ଶ ଦେଇଥିଲୁ। ରାଜନୈତିକ ବ୍ୟାପାର କମିଟି ଓ ଶୃଙ୍ଖଳା କମିଟି ଭଳି ଦୁଇଟି ନିଷ୍ପତ୍ତି ଗ୍ରହଣ କରାଯାଇଛି।

Leave A Reply

Your email address will not be published.