ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସୁଛି ସାଧାରଣତନ୍ତ୍ର ଦିବସ | ଆଉ ଏବେ ଠାରୁ ଆରମ୍ଭ ହେଲାଣି ପ୍ରସ୍ତୁତି | ଏଥର ନୂଆ ଦିଲ୍ଲୀରେ ଗଡ଼ିବ ପ୍ରଜ୍ଞାପନ ମେଢ଼ | ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ପରେଡ୍ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇଛି। ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ଦିଆଯାଇଛି।
ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି | ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମଡ଼େଲ ଚୂଡ଼ାନ୍ତ ନେଇ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟ ଶାସନ ସଚିବମାନଙ୍କୁ ଚିଠି ଲେଖାଯାଇଛି। ମଡେଲ ମନୋନୀତ ସହ ଏ ସମ୍ପର୍କୀତ ମାର୍ଗଦର୍ଶିକା ଚିଠିରେ ଉଲ୍ଲେଖ କରାଯାଇଛି। ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ଓ ମହିଳା ସଶକ୍ତୀକରଣ ମଡେଲ ପଠାଯାଇଥିଲା।ବିକଶିତ ଭାରତ ପ୍ରସଙ୍ଗକୁ ନେଇ ଓଡ଼ିଶା ପକ୍ଷରୁ ୪ଟି ଡିଜାଇନ ଦିଆଯାଇଥିଲା। ଏଥିରେ ରଘୁରାଜପୁର ଗାଁର ଡିଜାଇନକୁ କେନ୍ଦ୍ର ମୋହର ମାରିଥିବାବେଳେ ଏହି ଅବସରରେସମ୍ବଲପୁରୀ ନୃତ୍ୟ ପରିବେଷଣ ପାଇଁ ଅନୁମତି ମିଳିଛି।
ଶିଳ୍ପୀଗ୍ରାମ ରଘୁରାଜପୁରରେ କିପରି ଅନାବଶ୍ୟକ ସାମଗ୍ରୀରୁ ବିଭିନ୍ନ କଳାକୃତି ପ୍ରସ୍ତୁତ କରି ଶିଳ୍ପୀ ପରିଚିତ ହୋଇଛନ୍ତି ଏବଂ ରଘୁରାଜପୁର କିଭଳି ବିକଶିତ, ସାରା ବିଶ୍ବରେ କଳା ପାଇଁ ଆଦୃତ ହୋଇପାରିଛି ତାହା ଏଥିରେ ଦର୍ଶାଯାଇଛି। ବିେଶଷକରି ନାରୀ ଶକ୍ତି ଏଠାରେ ଅଧିକ ସକ୍ରିୟ ରହି କିପରି ବିଭିନ୍ନ କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ମଧ୍ୟ ଏଥିରେ ସ୍ଥାନ ପାଇବ।ସାରା ବିଶ୍ବ ଦେଖିବ ଓଡ଼ିଶା କଳା-ସଂସ୍କୃତିର ଝଲକ ଓ ମହାନ ପରମ୍ପରା, ଐତିହ୍ୟ।