ଓଡ଼ିଶା ନ୍ୟୁଜ୍: ପୂର୍ବତନ ପୋଲିସ ଡିଜି ତଥା ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ। ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିବା ପରେ ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ହେବା ପରେ ପ୍ରକାଶ ମିଶ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି, ସେ କହିଛନ୍ତି ଯେ, ମତେ ଗୁରୁଦାୟିତ୍ୱ ମିଳିଛି।
ସେ ଆହୁରି ବି କହିଛନ୍ତି ଯେ, ଏହାକୁ ସୁଚାରୁ ରୂପେ ତୁଲାଇବି। ଜନହିତରେ ଯାହା ହୋଇପାରିବ ମିଳିମିଶି କରିବୁ। ଲୋକଙ୍କ ସମସ୍ୟା କିପରି ଦୂର ହେବ ସେଥିପ୍ରତି ଧ୍ୟାନ ଦେବୁ ବୋଲି ସେ କହିଛନ୍ତି।