ଓଡ଼ିଆ ନ୍ୟୁଜ୍: ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ । ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ପ୍ରୟାସ ।
ରାଜ୍ୟର ମହିଳା ମାନଙ୍କ ଆର୍ଥିକ ସଶକ୍ତିକରଣ ତଥା ସ୍ୱାବଲମ୍ବନ ପାଇଁ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ ‘ସୁଭଦ୍ରା ଯୋଜନା’ ଅଧୀନରେ ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସରକାରଙ୍କ ଅନୁମୋଦନ କ୍ରମେ, ଆସନ୍ତା ୧ ଏପ୍ରିଲ ୨୦୨୬ ରୁ ୩୦ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା ପୋର୍ଟାଲ’ ମାଧ୍ୟମରେ ନୂତନ ଆବେଦନ ଗ୍ରହଣ କରାଯିବ ।