ଅବପାତ ପ୍ରଭାବ: ଆଜି ଏହି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଗୁରୁବାର ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଶୁକ୍ରବାର ସକାଳ ସାଢ଼େ ୮ଟାରେ ଅବପାତରେ ପରିଣତ ହୋଇଛି।  ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ଏବେ ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂର ଓ ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ରହିଛି ଅବପାତ ।

ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଯାଇ ଏହା ପୁରୀ ନିକଟ ଚିଲିକା ଦେଇ ଅତିକ୍ରମ କରିବ। ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଏବଂ ନୂଆପଡା ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏବଂ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ପୁରୀ ନିକଟ ଚିଲିକାରେ ଅବପାତ ଅତିକ୍ରମ କରିବ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ତାରିଖ ଯାଏଁ ବର୍ଷା ହେବ ।

ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଆଲର୍ଟ ଜାରି ହୋଇଛି । ଆଜି ସକାଳୁ ସକାଳୁ ଅନେକ ସ୍ଥାନରେ ବର୍ଷାର ପରିମାଣ ବଢ଼ିଥିବା ବି ଦେଖିବାକୁ ମିଳିଥିବା ବେଳେ ଆକାଶ ମେଘୁଆ ରହିଛି । ସେପଟେ ଲଗାଣ ବର୍ଷାରେ ଉବୁଟୁବୁ ହେଉଛି ରାଜରାସ୍ତା । ମାଲକାନଗିରି ଏବଂ କାଲିମେଳାକୁ ବିଚ୍ଛିନ୍ନ କରିଦେଇଛି କାଙ୍ଗୁରୁ କଣ୍ଡା ବ୍ରିଜ୍ । ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଛି ।

Leave A Reply

Your email address will not be published.