ଅତିରିକ୍ତ ଜିଲ୍ଲାପାଳଙ୍କ ଅକାଳ ବିୟୋଗ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗଜପତିର ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି |ଖୁସିରେ ଷ୍ଟେଜରେ ଗୀତ ଗାଇବା ବେଳେ ହଠାତ ତଳେ ପଡିଗଲେ ଅତିରିକ୍ତ ଜିଲ୍ଲାପାଳ । ସେଠାରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ପାରଳାଖେମୁଣ୍ଡିରେ ।

ମୃତ ଅତିରିକ୍ତ ଜିଲ୍ଲାପାଳ ହେଲେ ବୀରେନ୍ଦ୍ର ଦାସ । ଶାନ୍ତିପୂର୍ଣ୍ଣ ଭାବରେ ନିର୍ବାଚନ ଶେଷ ହେବା ପରେ ଖୁସିରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ଖୁସିରେ ଗୀତ ଗାଇଥିଲେ ବୀରେନ୍ଦ୍ର । ତାଙ୍କ ଗୀତରେ ସମସ୍ତେ ଝୁମୁଥିବା ବେଳେ ହଠାତ ଷ୍ଟେଜରେ ସେ ଟଳି ପଡିଥିଲେ । ତୁରନ୍ତ ତାଙ୍କୁ ବ୍ରହ୍ମପୁର ହସ୍ପିଟାଲକୁ ନିଆଯାଇଥିଲା, ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।  ତାଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା।

ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବୀରେନ୍ଦ୍ରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ରେଭିନ୍ୟୁ ଏଡିଏମଙ୍କ ଏଭଳି ମୃତ୍ୟୁକୁ ସହଯୋଗୀ ଷ୍ଟାଫ୍ ସହଜରେ ଗ୍ରହଣ କରି ପାରୁନାହାନ୍ତି । ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିବା ବେଳେ ବୀରେନ୍ଦ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.