ପୁରୀ ସୁମଦ୍ରକୂଳରେ ପ୍ରାତଃଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ । ରବିବାର ମହାପ୍ରଭୁଙ୍କ ରଥଟାଣିବା ପରେ ଆଜି ସକାଳୁ ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ବାକ୍‌ କରିଛନ୍ତି ମହାମହିମ ।  ସମୁଦ୍ର କୂଳରେ ରାଷ୍ଟ୍ରପତି ଅନେକ ବାଟ ଚାଲିଥିଲେ । ସମୁଦ୍ର ବାଲିରେ ବୁଲି କିଛି ସମୟ ବିତାଇବା ପରେ ପୁଣି ରାଜଭବନକୁ ଫେରିଯାଇଥିଲେ ।

 ରାଷ୍ଟ୍ରପତି ଏକ୍ସ ହ୍ୟାଣ୍ଡଲରେ ଟ୍ବିଟ କରି କହିଛନ୍ତି, ”ପୃଥିବୀରେ ଏପରି ଅନେକ ସ୍ଥାନ ରହିଛି, ଯାହା ସଂସ୍ପର୍ଶରେ ଆସିଲେ ଆମେ ଜୀବନର ଅର୍ଥ ବୁଝିପାରୁ । ବଣ-ପାହାଡ଼, ନଦ-ନଦୀ ଓ ସାଗର-ବେଳାର ସମାହାର ଏହି ଯେଉଁ ପ୍ରକୃତି, ଆମେ ତା’ର ଅଂଶବିଶେଷ ବୋଲି ଆମର ହୃଦବୋଧ ହୁଏ । ମୁଁ ଆଜି ବେଳାଭୂମିରେ ଚାଲୁଥିଲା ବେଳେ ମନ୍ଦ ମନ୍ଦ ପବନ ବହୁଥିଲା, ସମୁଦ୍ରର ଢେଉ ଗର୍ଜନ କରୁଥିଲା ଏବଂ ଜଳରାଶି ଦିଗବଳୟକୁ ଛୁଇଁଯାଉଥିଲା । ଏପରି ପରିବେଶରେ ମୁଁ ତଲ୍ଲୀନ ହୋଇଯାଇଥିଲି । ମୋର ମନେ ହେଲା, ମୁଁ ଯେମିତି ଧ୍ୟାମମଗ୍ନ ହୋଇଯାଇଛି ।

” ସୂଚନା ଅନୁସାରେ ଗତକାଲି ମହାପ୍ରଭୁଙ୍କ ରଥଯାତ୍ରା ଦେଖିଥିଲେ ମହାମହିମ ରାଷ୍ଟ୍ରପତି । ୪ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ବାୟୁସେନାର ସ୍ବତନ୍ତ୍ର ହେଲକପ୍ଟଟରରେ ପୁରୀରେ ପହଞ୍ଚିବା ପରେ ରାଜଭବନକୁ ଯାଇଥିଲେ । ଆଉ ସେଠାରେ କିଛି ସମୟ ବିଶ୍ରାମ ନେବା ପରେ ବଡ଼ଦାଣ୍ଡରେ ପହଞ୍ଚିଥିଲେ । ଏହାପରେ ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରଥ ଦଉଡି ଛୁଇଁ ମହାପ୍ରଭୁଙ୍କ ଆଶିଷ ନେଇଥିଲେ ।

Comments are closed.