ଆଜି ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ପୁଣି ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ରାଜଧାନୀ ଭୁବନେଶ୍ୱରରେ କରିବେ ମେଗା ରୋଡ ସୋ | ସେଥିପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି |

‘ମୋଦି ହୈ ତୋ ମୁମକିନ’, ‘ଫିର ଏକବାର ମୋଦି ସରକାର’ ନାରାରେ କମ୍ପିବ ରାଜଧାନୀର ରାଜରାସ୍ତା । ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର ଦୁଇ ଦିନ ଥିବାବେଳେ ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସନ୍ଧ୍ୟାରେ ସେ ଭୁବନେଶ୍ୱରରେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପୁଲିସ ଯାଞ୍ଚ ପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ SPG କମାଣ୍ଡୋ। ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ପୁରା ରୋଡ୍ କଡରେ ଥିବା ପବ୍ଲିକ, ମିଡିଆ ଷ୍ଟେଜ୍, କନେକ୍ଟିଂ ରୋଡ୍, ଟ୍ରାଫିକ୍, ରାସ୍ତାର ଉଭୟ ପାଖରେ ଥିବା ବ୍ୟାବସାୟିକ ପ୍ରତିଷ୍ଠାନ ସବୁଠି ଟିକନିକ ଯାଞ୍ଚ କରିଛନ୍ତି SPG।

ପ୍ରଧାନମନ୍ତ୍ରୀଙ୍କ ଏହି ଅଢେଇ କିଲୋମିଟରର ରୋଡ୍ ଶୋ ଭିତରେ ଝଲସିବ ଓଡିଶା କଳା ଓ ସଂସ୍କୃତି। କୋଣାର୍କ ଚକ୍ର ଓ ଖଣ୍ଡିଗିରି ଐତିହ୍ୟ ପରି ଓଡିଶା କଳା ପରମ୍ପରାରେ ୧୦ ଆଇକନ ୧୦ଟି ସ୍ଥାନରେ ସ୍ଥାନିତ ହେବ। ସ୍ଥାନେ ସ୍ଥାନେ ଓଡ଼ିଶାର ବିଭିନ୍ନ ଲୋକକଳା ମାଧ୍ୟମରେ ମୋଦିଙ୍କୁ ସ୍ୱାଗତ କରାଯିବ। ରୋଡ ଶୋ’ ପରେ ରାଜଭବନରେ ରାତ୍ରୀ ରହଣି କରି ଆସନ୍ତାକାଲି ୩ଟି ସ୍ଥାନରେ ସମାବେଶ କରିବେ ପିଏମ ମୋଦି।

Leave A Reply

Your email address will not be published.