ଓଡିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଓଡିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାରେ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ଏହାପରେ ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ୧୯ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ।

ଏଥି ସହ ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ।  ୩ଟା ୩୦ରେ ସରକାରୀ କାର୍ଯ୍ୟକ୍ରମରେ ଦେବେ ଯୋଗ । ୪ଟା ୧୫ରେ ସାଧାରଣ ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ତେବେ ମାସକ ପରେ ପୁଣି ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ । ଗତମାସ ୩ ତାରିଖରେ ସମ୍ବଲପୁର ଆସିଥିଲେ । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏଥିସହ ସାଧାରଣ ସଭାରେ ସେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ମୋଦି ଉଦଘାଟନ କରିବେ। ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ MMTPA ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ। ଏଥିସହ ୧୬୨ କିଲୋମିଟରର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିବେ। ପୁରୀ- ନୂଆଦିଲ୍ଲୀ ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ଷ୍ଟେସନରୁ ଶୁଭାରମ୍ଭ ହେବା ସହ, କେନ୍ଦ୍ରାପଡା ଜିଲ୍ଲା ଦେଇ ପ୍ରଥମ ଯାତ୍ରୀ ବାହୀ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏସବୁ ଉନ୍ନୟନ ମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.