ରାଜ୍ୟ ସରକାରଙ୍କୁ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଫୁଲବାଣୀ ବିଜୟ ସଂକଳ୍ପ ସମାବେଶରେ ରାଜ୍ୟ ସରକାରଙ୍କୁ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।   ପ୍ରତ୍ୟେକ ବାକ୍ୟରେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲେ । କାହିଁକି ରତ୍ନଭଣ୍ଡାର ଚାବି ଖୋଲାଯାଉନାହିଁ ବୋଲି ପ୍ରଶ୍ନ କରିଛନ୍ତି।

ଜଗନ୍ନାଥ ଅଛନ୍ତି ତ ଜୀବନ ଅଛି । ଗତ ୪୦ ବର୍ଷରୁ ଅଧିକ ହେଲାଣି ରତ୍ନଭଣ୍ଡାର ଖୋଲାଯାଇନାହିଁ । ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ଗଲା ୬ ବର୍ଷ ହେଲାଣି ମିଳୁନି । ଏଭଳି ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାନ୍ତି ନବୀନ ସରକାର । ଚାବି କୁଆଡ଼େ ଗଲା, ଲୋକଙ୍କର ଜାଣିବା ଅଧିକାର ଅଛି । ଚାବି ଗଲା, କୁଆଡ଼େ ଗଲା, କାହା ପାଖକୁ ଗଲା ବୋଲି ମୋଦି ପଚାରିଛନ୍ତି । ଗତ ୪୦ବର୍ଷ ହେଲାଣି ରତ୍ନଭଣ୍ଡାର ଖୋଲାଯାଇନାହିଁ। ରତ୍ନଭଣ୍ଡାର ଚାବି ଗତ ୬ବର୍ଷ ହେଲାଣୀ ମିଳୁନି। ଶ୍ରୀଜଗନ୍ନାଥଙ୍କ ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାଁନ୍ତି ରାଜ୍ୟ ସରକାର।

ଚାବି ଗଲା କୁଆଡେ, କାହା ପାଖକୁ ଗଲା, ଡୁପ୍ଲିକେଟ ଚାବି କେଉଁଠୁ ଆସିଲା ଏସବୁ ସମ୍ପର୍କରେ ଲୋକଙ୍କର ଜାଣିବାର ଅଧିକାର ଅଛି। ଚାବି ହଜିବା ଠାରୁ ଡୁପ୍ଲିକେଟ ଚାବି ତିଆରି କରିବା ଗମ୍ଭୀର ବିଷୟ। ଏସମ୍ପର୍କରେ କମିଶନ ବସିଲା, ହେଲେ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ରାଜ୍ୟ ସରକାର ଏସମ୍ପର୍କରେ କାହିଁକି ଚୁପ୍‌‌। କାହା ପାପ ଘୋଡାଇବାକୁ ପ୍ରୟାସ କରାଯାଉଛି। ରାଜ୍ୟରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ମର୍ଯ୍ୟାଦା ପ୍ରତିଷ୍ଠା ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.