ଆସନ୍ତା ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ଓଡ଼ିଶା ଆସିବେ । ଆସନ୍ତା ମାର୍ଚ୍ଚ ୫ ତାରିଖରେ ମୋଦୀ ପୁଣି ଓଡ଼ିଶା ଆସିବେ । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ବିଷୟରେ ସହ-ପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି ।  ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ନେତାଙ୍କ ଗତିବିଧି ମଧ୍ୟ ବଢ଼ିଲାଣି |

ସୂଚନା ଅନୁଯାୟୀ ଚଣ୍ଡିଖୋଲରେ ଏକ ସାଧାରଣ ସଭା ସହ କିଛି ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି | ତେବେ ଏନେଇ ସ୍ପଷ୍ଟ ସୂଚନା ମିଳିନାହିଁ | ଉଲ୍ଲେଖ ଥାଉ କି ମୋଦୀ ଚଳିତମାସ ୩ ତାରିଖରେ ସମ୍ବଲପୁର ଗସ୍ତରେ ଆସିଥିଲେ | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଗସ୍ତରେ ଆସି ରାଜ୍ୟବାସୀଙ୍କୁ ୬୮ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଥିଲେ । ‌ବିଦ୍ୟୁତ୍‌, ସଡ଼କ, ରେଳ, କୋଇଲା ଏବଂ ଡାକ ଭଳି ବିଭିନ୍ନ କ୍ଷେତ୍ରର ବହୁ ପ୍ରକଳ୍ପକୁ ସେ ଲୋକାର୍ପଣ କରିଥିଲେ ଏବଂ ଦେଶ ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ । ସେଦିନ ସେ ରେମେଡ଼ ପଡିଆରେ ଆୟୋଜିତ ସଭାରେ କହିଥିଲେ ଯେ ଓଡ଼ିଶାର ଗ୍ରାମାଞ୍ଚଳରେ ୫୦ ହଜାର କିଲୋମିଟର ରାସ୍ତା ତିଆରି ହୋଇଛି।

୪ ହଜାର କିଲୋମିଟର ଜାତୀୟ ରାଜପଥ ନିର୍ମାଣ କରାଯାଇଛି। ଗତ ୧୦ ବର୍ଷରେ ରେଳବାଇ କ୍ଷେତ୍ରରେ ବିକାଶ ଲାଗି ଓଡ଼ିଶାକୁ ୧୨ଗୁଣା ଅଧିକ ଅନୁଦାନ ଦିଆଯାଇଛି। ଶିକ୍ଷା କ୍ଷେତ୍ରରେ ଓଡ଼ିଶାକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନକୁ ଚାଲିଛି ପ୍ରୟାସ କରାଯାଇଛି। ପ୍ରତି କ୍ଷେତ୍ରରେ ଓଡ଼ିଶାକୁ ଅଧିକରୁ ଅଧିକ ସହଯୋଗ ଦେଇଆସୁଛୁ। ଗତ ୧୦ ବର୍ଷରେ ପେଟ୍ରୋଲିୟମ କ୍ଷେତ୍ରରେ ଦେଢ଼ ଲକ୍ଷ କୋଟିର ନିବେଶ କରାଯାଇଛି।

Leave A Reply

Your email address will not be published.