ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ୬ ମାସ ଯାଏ ବଢିଲା: ଘୋଷଣାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ୱାଗତ
ଓଡିଆ ନ୍ୟୁଜ୍(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧିକୁ ସେପ୍ଟେମ୍ବର ୨୦୨୨ ତଥା ୬ ମାସ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରିବ, କୃଷକ ଏବଂ ଶ୍ରମିକ ସମେତ ଦେଶର ୮୦ କୋଟିରୁ ଉର୍ଦ୍ଧ୍ୱ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ପୁଣି ଥରେ ଛଅ ମାସ ପାଇଁ ବୃଦ୍ଧି କରାଯିବା ନିଷ୍ପତି ସ୍ୱାଗତଯୋଗ୍ୟ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ ସରକାର କୋଭିଡର ପ୍ରତିକୂଳ ପରିସ୍ଥିତି ସମୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶର ସବୁଠାରୁ ବଡ଼ ଖାଦ୍ୟ ସୁରକ୍ଷା ଯୋଜନାରେ ଓଡ଼ିଶା ସମେତ ଦେଶର ୮୦ କୋଟି ଲୋକଙ୍କୁ ଘରେ ଘରେ ଚାଉଳ ପହଞ୍ଚାଉଛନ୍ତି । ‘ଦେଶରେ କେହି ଭୋକରେ ରହିବେ ନାହିଁ’, ଏହା ସୁନିଶ୍ଚିତ କରାଯାଇଛି ।