ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ବାଂଲାଦେଶୀ ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଇଞ୍ଜିନିୟରିଂ ବିଭାଗ ଗୁଡ଼ିକ ସହ ଆଲୋଚନା ହୋଇଛି। କାରଣ ବିଭିନ୍ନ ଏଜେନ୍ସି ରେ ରହି ବାଂଲାଦେଶୀ କାମ କରୁଛନ୍ତି। କେବଳ ଭୁବେନଶ୍ଵର ନୁହେଂ ସାରା ରାଜ୍ୟରେ ଚିହ୍ନଟ ପ୍ରକ୍ରିୟା କରାଯିବ। କୌଣସି ଅଣ ନାଗରିକ ଓଡ଼ିଶାରେ ରହିପାରିବେ ନାହିଁ। ସୋମବାର ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।
ରାଜଧାନୀରେ କେତେ ବାଂଲାଦେଶୀ ଅଛନ୍ତି ତାର ଚିହ୍ନଟ ହେବ। ପ୍ରତିଥାନା ଅଞ୍ଚଳରେ କେତେ ଅନୁପ୍ରବେଶକାରୀ ରହୁଛନ୍ତି ତାହାର ତଥ୍ୟ ବାହାର କରି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।