ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା

0

ଓଡ଼ିଆ ନ୍ୟୁଜ୍: ରାଜ୍ୟ ହେବ ଗଞ୍ଜେଇ ମୁକ୍ତ।ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ।ଗଞ୍ଜେଇ ଚାଷରୁ ନିବୃତ୍ତ ରହିବାକୁ ଅବକାରୀ ମନ୍ତ୍ରୀଙ୍କ ଅପିଲ। ରାଜ୍ୟରେ ବିଭିନ୍ନ ଜାଗାରେ ଜନଜାତିର ଲୋକଙ୍କୁ ପ୍ରଲୋଭିତ କରାଇ ଅନେକ ଜାଗାରେ ଚୋରା ଗଞ୍ଜେଇ ବ୍ୟବସାୟ କରାଯାଉଛି । ଏ ବର୍ଷ ସର୍ବାଧିକ ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିବା କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ଆଗାମୀ ଦିନରେ ଜନଜାତିର ଗରିବ ଲୋକଙ୍କୁ ମିଛ କହି ଯେଉଁମାନେ ଗଞ୍ଜେଇ ଚାଷ କରନ୍ତି ସରକାର ସେମାନଙ୍କ ଉପରେ ନଜର ରଖିଛନ୍ତି । ଗଞ୍ଜେଇ ଚାଷ କରୁଥିବା ଜନଜାତିଙ୍କୁ ଏହାର ବିକଳ୍ପ ଜୀବିକା କ’ଣ ହୋଇପାରିବ ତା’ ଉପରେ ଆଲୋଚନା କରି ସରକାର ସୁଯୋଗ ଦେବେ । ଗଞ୍ଜେଇ ଚାଷରୁ ନିବୃତ୍ତ ରହିବା ପାଇଁ ଲୋକଙ୍କୁ ସଚେତନ କରାଯିବ । ପୁଲିସ ବିଭାଗ ସହ ମିଶି ଏ ବିଷୟରେ ଆଲୋଚନା କରାଯାଉଛି ।

Leave A Reply

Your email address will not be published.