ଦେଶରେ ଲାଗୁ ହେଲା ପ୍ରଶ୍ନପତ୍ର ପ୍ରଘଟ ନିରୋଧ ଆଇନ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଏବେ ପେପର୍‌ ଲିକ୍‌ କଲେ ଆଉ ମିଳିବନି ତ୍ରାହି। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ରଘଟ ହେଉଥିବାରୁ ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଉଛି। ଏହାକୁ ରୋକିବା ଲାଗି କେନ୍ଦ୍ର ସରକାର ଦେଶରେ ପ୍ରଶ୍ନପତ୍ର ପ୍ରଘଟ ନିରୋଧ ଆଇନ (ଆଣ୍ଟି ପେପର ଲିକ୍‌‌ ଲ’) ଲାଗୁ କରିଛନ୍ତି। ଚଳିତ ମାସ ଜୁନ ୨୧ ତାରିଖରୁ ଏହା ଲାଗୁ କରାଯାଇଛି। କେନ୍ଦ୍ର ସରକାରଙ୍କ କାର୍ମିକ ବିଭାଗ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି।

ଏହି ଆଇନ୍‌ର ନାଁ ସର୍ବସାଧାରଣ ପରୀକ୍ଷା ଅଧିନିୟମ ୨୦୨୪ ଅର୍ଥାତ୍ ପବ୍ଲିକ୍ ଏଗ୍‌ଜାମିନେସନ୍‌ (ଅନ୍ୟାୟ ଅର୍ଥର ନିରାକରଣ) ଆଇନ୍‌ ୨୦୨୪ ନାମରେ ନାମିତ କରାଯାଇଛି। ଫେବୃଆରୀ ୨୦୨୪ ରେ ସଂସଦ ଦ୍ୱାରା ଏହି ଆଇନ ପାରିତ ହୋଇଥିଲା। ଏହି ଆଇନ କାର୍ଯ୍ୟକାରୀ ହେବା ପରେ ତିନି ବର୍ଷରୁ ୧୦ ବର୍ଷ ପର୍ଯ୍ୟନ୍ତ ଦଣ୍ଡବିଧାନ ଏବଂ ପେପର୍‌ ଲିକରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ପାଇଁ ୧୦ ଲକ୍ଷରୁ ୧ କୋଟି ପର୍ଯ୍ୟନ୍ତ ଜୋରିମାନା ବ୍ୟବସ୍ଥା ରହିଛି। UPSC, SSC, ରେଳବାଇ, ବ୍ୟାଙ୍କିଙ୍ଗ୍ ନିଯୁକ୍ତି ପରୀକ୍ଷା ଏବଂ ଜାତୀୟ ପରୀକ୍ଷା ଏଜେନ୍ସି (NTA) ଦ୍ୱାରା ପରିଚାଳିତ ସମସ୍ତ କମ୍ପ୍ୟୁଟର ଭିତ୍ତିକ ପରୀକ୍ଷା ଏହି ଆଇନ୍‌ରେ ଅନ୍ତର୍ଭୁକ୍ତ ହେବ।

ସୂଚନା ଅନୁସାରେ, ପ୍ରଶ୍ନପତ୍ର ପ୍ରଘଟ ନିରୋଧ ବିଲ୍‌‌ ଚଳିତବର୍ଷ ଫେବୃୟାରୀ ମାସରେ ସଂସଦରେ ପାରିତ ହୋଇଥିଲା। ଏହି ଆଇନ ଲାଗୁ ହେବା ପରେ ଏଣିକି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୋଷୀ ସାବ୍ୟସ୍ତ ହେଉଥିବା ବ୍ୟକ୍ତି ବିଶେଷଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ ସହିତ ୧ କୋଟି ଟଙ୍କା ଜରିମାନାରେ ଦଣ୍ଡିତ କରାଯିବାର ବ୍ୟବସ୍ଥା ରହିଛି। ସେହିପରି ସାବର୍ଜନିକ ପରୀକ୍ଷାରେ ଅନୁଚିତ ଉପାୟ ଅବଲମ୍ବନ କରୁଥିବା ଧରାପଡ଼ିଲେ ୩ରୁ ୫ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ ସହିତ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ହୋଇପାରେ।

Leave A Reply

Your email address will not be published.