ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ପେଟ୍ରୋଲ ମନା

0

ଓଡ଼ିଆ ନ୍ୟୁଜ୍: ପ୍ରଦୂଷଣ ପ୍ରମାଣପତ୍ର (PUCC) ନଥିଲେ ପେଟ୍ରୋଲ୍‌/ଡିଜେଲ୍‌ ମିଳିବ ନାହିଁ। ତୈଳ କମ୍ପାନୀମାନଙ୍କୁ ଚିଠି ଲେଖିଲା ରାଜ୍ୟ ପରିବହନ ପ୍ରାଧିକରଣ ସଂସ୍ଥା। ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି STAର ପଦକ୍ଷେପ। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ କରୁଥିବା ଯାନ ପାଇଁ ଅଙ୍କୁଶ। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି । ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ଏବଂ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏ ଦିଗରେ ଉଦ୍ୟମ ଆରମ୍ଭ ହୋଇଛି।

ଏ ସଂକ୍ରାନ୍ତରେ ତୈଳ ବିକ୍ରୟକାରୀ କମ୍ପାନୀଙ୍କୁ ଚିଠି ଲେଖାଯାଇଛି । ଯେଉଁ ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ କୌଣସି ପେଟ୍ରୋଲ ପମ୍ପରେ ତେଲ ନ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି । ଏହାଦ୍ୱାରା ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବାୟୁ ଗୁଣାବତ୍ତା ମାନକୁ ଉନ୍ନତ ରଖାଯିବ ବୋଲି ବିଶେଷ କରି ପରିବହନ ଯୋଗୁଁ ହେଉଥିବା ପ୍ରଦୂଷଣକୁ କମ କରାଯାଇପାରିବ ବୋଲି ଆଶା କରାଯାଇଛି।

Leave A Reply

Your email address will not be published.