ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ୍ ଷ୍ଟିକର୍

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ୍ ଷ୍ଟିକର୍।ପଲ୍ୟୁସନ୍ ସାର୍ଟିଫିକେଟ୍ ପାଇଥିଲେ ପାଇବେ ଗ୍ରୀନ୍ ଷ୍ଟିକର୍।୧୦ ତାରିଖ ପୂର୍ବରୁ କରିଥିଲେ RTOରୁ ଆଣିପାରିବେ।୧୦ତାରିଖ ପରେ କରିଲେ PUC ଟେଷ୍ଟିଂ ସେଣ୍ଟରରେ ମିଳିବ।ସବୁ RTOରେ ଖୋଲାହେବ ସ୍ପେଶାଲ୍ କାଉଣ୍ଟର। ଷ୍ଟିକର୍ ଦେବା ଆଗରୁ ଚେକ୍ ହେବ ପଲ୍ୟୁସନ୍ ସାର୍ଟିଫିକେଟ୍।RC ଏବଂ ବାହନ ଡାଟାବେସ୍ ଯାଞ୍ଚ କରାଯିବ।ଅରିଜିନାଲ୍ PUCC, RC କପି ଦେଖାଇବାକୁ ପଡ଼ିବ।ଗାଡ଼ି ମାଲିକ ପରିଚୟପତ୍ର ଦେଖାଇବା ବାଧ୍ୟତାମୂଳକ।ବିଜ୍ଞପ୍ତି ଜାରି କଲା ପରିବହନ ବିଭାଗ।

ଓଡ଼ିଶା ପରିବହନ ବିଭାଗ ଘୋଷଣା କରିଛି ଯେ, ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (PUCC)ଥିବା ଯାନବାହାନଗୁଡ଼ିକ ପାଇଁ ୧୦ ଜାନୁଆରି ୨୦୨୬ ଠାରୁ ସବୁଜ ରଙ୍ଗର PUCC ବୈଧତା ଷ୍ଟିକର୍ ଉପଲବ୍ଧ ହେବ।ବିଭାଗ ଜାରି କରିଥିବା ବିଜ୍ଞପ୍ତି ଅନୁଯାୟୀ, ଯେଉଁ ଯାନବାହାନ ମାଲିକମାନେ ପୂର୍ବରୁ ବୈଧ PUCC ପ୍ରାପ୍ତ କରିସାରିଛନ୍ତି, ସେମାନେ ନିଜ ନିକଟସ୍ଥ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ରୁ ଏହି ସବୁଜ ଷ୍ଟିକର୍ ପାଇପାରିବେ।

 

ଏହି ପ୍ରକ୍ରିୟାକୁ ସୁଗମ କରିବା ପାଇଁ ସମସ୍ତ RTOରେ ବିଶେଷ କାଉଣ୍ଟର ଖୋଲାଯିବ।ନୂଆ ନିର୍ଦ୍ଦେଶାବଳୀ ଅନୁଯାୟୀ, କେବଳ ବୈଧ PUCC ଥିବା ଯାନବାହାନଗୁଡ଼ିକୁ ହିଁ ସବୁଜ ଷ୍ଟିକର୍ ପ୍ରଦାନ କରାଯିବ। ଷ୍ଟିକର୍ ଜାରି କରିବା ପୂର୍ବରୁ RTO ଅଧିକାରୀମାନେ ଯାନର ପ୍ରଦୂଷଣ ପ୍ରମାଣପତ୍ର, ପଞ୍ଜୀକରଣ ବିବରଣୀ ଏବଂ VAHAN ଡାଟାବେସ୍ରେ ଥିବା ରେକର୍ଡକୁ ଯାଞ୍ଚ କରିବେ।

Leave A Reply

Your email address will not be published.