ବନକଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

0

ଓଡ଼ିଆ ନ୍ୟୁଜ୍: ଆଜି ବନ୍ଦ ରହିବ ସାଧାରଣ ଦର୍ଶନ । ମହାପ୍ରଭୁଙ୍କ ବନକଲାଗି ନୀତି ଲାଗି ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମାଘ ଶୁକ୍ଳ ଦଶମୀ ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଏହି ନୀତି। ବନକଲାଗି ନୀତି ପାଇଁ ଚାରି ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପ୍ରାୟ ୪ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

Leave A Reply

Your email address will not be published.