ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍

0

ଓଡ଼ିଆ ନ୍ୟୁଜ୍: ପୁରୀ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ୍। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ। ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ ଜିଲ୍ଲାପାଳ।ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହୋଇନଥିବା ଅଭିଯୋଗରେ ଜବାବ ତଲବ।୩ ସପ୍ତାହ ମଧ୍ୟରେ ଜବାବ ଦଖଲ ପାଇଁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ। ୧୯୮୭ ମସିହାରେ ଅଭୟାରଣ୍ୟ ପାଇଁ ଜାରି ହୋଇଥିଲା ବିଜ୍ଞପ୍ତି। ବିଜ୍ଞପ୍ତିର ୩୯ ବର୍ଷ ପରେ ଵି ହୋଇନାହିଁ ଜମି ଅଧିଗ୍ରହଣ। ଜମି ମାଲିକଙ୍କୁ କ୍ଷତିପୂରଣ ଦିଆଯାଇନି କି ଜମି ଛାଡ଼ ହୋଇନି।

ତେବେ ପ୍ରସ୍ତାବିତ ଅଭୟାରଣ୍ୟ ସମ୍ପର୍କରେ ଚୂଡାନ୍ତ ନିଷ୍ପତି ନେବାପାଇଁ ୨୦୨୪ ମସିହାରେ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଡିସେମ୍ବର ସୁଦ୍ଧା ଚୂଡାନ୍ତ ନିଷ୍ପତ୍ତି ନେବାକୁ କୋର୍ଟ ମହଲତ ଦେଇଥିଲେ, କିନ୍ତୁ ତାହା କାର୍ଯ୍ୟକାରୀ ହେଲାନାହିଁ । ଯାହାକୁ ଚ୍ୟାଲେଞ୍ଜ କରି କ୍ଷତିଗ୍ରସ୍ତ ଜମି ମାଲିକମାନେ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି ।

Leave A Reply

Your email address will not be published.