ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମ ଜନ୍ମ ନୀତି

0

ଓଡ଼ିଆ ନ୍ୟୁଜ୍: ଆଜି ପବିତ୍ର ରାମନବମୀ । ରାମନାମରେ ଗୁଞ୍ଜରିତ ହେଉଛି ଗଗନ ପବନ । ମଧ୍ୟାହ୍ନଧୂପ ଭୋଗ ଉଠିବା ପରେ ହେବ ଶ୍ରୀରାମ ଜନ୍ମ ନୀତି। ନୀତି ଆରମ୍ଭରୁ ଶେଷ ହେବା ଯାଏ ବନ୍ଦ ରହିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ । ରାମଜନ୍ମର ଏହି ପବିତ୍ର ଦିନରେ ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରରେ ପାଳନ ହେବ ଶ୍ରୀରାମ ନବମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି । ରାମ ଜନ୍ମ ନୀତି ପାଇଁ ଆଜି ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ।

ସେପଟେ ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ହୋଇଥିବା ମାଳ ମହାପ୍ରସାଦ ନେଇ ଟିମ୍ କଟକ ଅଭିମୁଖେ ଯାତ୍ରା କରିବେ । କଟକ ଖପୁରିଆ ସ୍ଥିତ କରତକଳରେ ଆଜିର ପବିତ୍ର ରାମନବମୀ ତିଥିରେ ମାଳ ମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ତିନଟି ଧଉରା କାଠକୁ ଆଜିର ଦିନରେ ମାଳ ମହାପ୍ରସାଦ ଲାଗି କରାଯାଇ ଚିରଟ କାର୍ଯ୍ୟ ଆରମ୍ଭ ହେବାର ବିଧି ରହିଛି।

Leave A Reply

Your email address will not be published.