ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା

0

ଓଡ଼ିଆ ନ୍ୟୁଜ୍: ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକଅଖ ଡେରା ନୀତି ସମ୍ପନ୍ନ ହେବ । ସେଥିପାଇଁ ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ । ତିନି ରଥରେ ଯୋଡ଼ା ହେବ ଚକ-ଅଖ । ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ନାହାକ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ । ଯାହାକୁ ଚକଅଖ ଡେରା ନୀତି କୁହନ୍ତି । ତିନିବାଡର ପୂଜାପଣ୍ଡା ସକାଳଧୂପ ପରେ ୩ଟି ଆଜ୍ଞାମାଳ ଆଣି ୩ ରଥର ଚକ ଅଖ ନିକଟରେ ଲାଗି କରିବେ । ଭୋଇ ସେବକ ମାନଙ୍କ ଦ୍ବାରା ପ୍ରଥମ ହରିବୋଲ ପଡିବ ।

ତେବେ ଆଜି ଭଉଁରୀ ପାଇଁ ଶ୍ରୀମନ୍ଦିରରେ ନୀତିକାନ୍ତି ଚୂଡାନ୍ତ ହୋଇଛି । ଭୋରୁ ସିଂହଦ୍ଵାର ଫିଟାଯାଇ ମଙ୍ଗଳ ଆଳତୀ, ମଇଲମ, ଅବକାଶ ଇତ୍ୟାଦି ନୀତି ବଢି ସକାଳଧୂପ ଶେଷ ପରେ ରଥଖଳା ନିକଟକୁ ଆଜ୍ଞାମାଳ ବିଜେ ହେବ । ସେପଟେ ପବିତ୍ର ଭଉଁରୀ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ରୋକ୍ ଲାଗିଛି ।

Leave A Reply

Your email address will not be published.