ଭୁବନେଶ୍ୱର ଷ୍ଟେସନରୁ ଶୁଭାରମ୍ଭ ହେଲା ପୁରୀ-ଜଳେଶ୍ୱର-ପୁରୀ ମେମୁ ଟ୍ରେନ୍

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ମାନ୍ୟବର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀ ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର କୋଇଲା, ଖଣି ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ ଏବଂ ମାନ୍ୟବର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ  ଅଶ୍ୱିନୀ ବୈଷ୍ଣବ ବହୁ ପ୍ରତୀକ୍ଷିତ ଜନସାଧାରଣ କେନ୍ଦ୍ରିକ ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପ “ଭୁବନେଶ୍ୱର ରେଳ ଷ୍ଟେସନର ପୁନଃବିକାଶ” ସହିତ ବିଶ୍ୱସ୍ତରୀୟ ଢାଞ୍ଚାରେ ନିର୍ମାଣ ପାଇଁ ଭୁବନେଶ୍ୱର ରେଳ ଷ୍ଟେସନରେ ଭିତ୍ତିପ୍ରସ୍ତର ଦେବା ସହିତ ପୁରୀ-ଜଳେଶ୍ୱର-ପୁରୀ ମେମୁ ଟ୍ରେନର ଶୁଭାରମ୍ଭ କରିଛନ୍ତି।

ଏହି ସମାବେଶରେ ଯୋଗ ଦେଇ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରହ୍ଲାଦ ଯୋଶୀ ରେଳ ମନ୍ତ୍ରୀଅଶ୍ୱିନୀ ବୈଷ୍ଣବଙ୍କୁ ରେଳବାଇରେ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଦେଶର ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରି ନୂତନ ଷ୍ଟେସନ ସ୍ଥାପନ କରି ଷ୍ଟେସନଗୁଡିକର ପୁନଃବିକାଶ କରାଇବା ସହିତ ଲୋକଙ୍କ ସୁବିଧା ପାଇଁ ବିଭିନ୍ନ ଆଧୁନିକ ସୁବିଧା ଯୋଗାଇବା କ୍ଷେତ୍ରରେ ସୁଧାର ଆଣି ରେଳବାଇକୁ ପରିବର୍ତ୍ତନ କରିଚାଲିଛନ୍ତି ବୋଲି କହିଥିଲେ।

ମାନ୍ୟବର କେନ୍ଦ୍ର ରେଳମନ୍ତ୍ରୀ  ଅଶ୍ୱିନୀ ବୈଷ୍ଣବ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ଓଡ଼ିଶାର ରେଳ ବିକାଶ ପାଇଁ ପ୍ରାଥମିକତା ଦିଆଯାଉଛି। ଓଡିଶା 2014 ପୂର୍ବରୁ 700 ରୁ 800 କୋଟି ଟଙ୍କା ବଜେଟ ଅନୁମୋଦନ ପାଉଥିବାବେଳେ ବର୍ତ୍ତମାନ 10 ହଜାର କୋଟିରୁ ଅଧିକ ଅନୁମୋଦନ ପାଉଅଛି | ସେହିପରି 2014 ପୂର୍ବରୁ ରେଳବାଇ ମାତ୍ର 20 ରୁ 30 କିଲୋମିଟର ପର୍ଯ୍ୟନ୍ତ ନୂଆ ରେଳ ଲାଇନ ନିର୍ମାଣ କରୁଥିଲାବେଳେ ବର୍ତମାନ ବର୍ଷକୁ ପ୍ରାୟ 300 କିମି ରେଳ ଲାଇନ ନିର୍ମାଣ କରୁଛି। ଏହା ବ୍ୟତୀତ ଓଡିଶାର 36 ରେଳ ଷ୍ଟେସନକୁ ବର୍ତ୍ତମାନ ଆଧୁନିକ ସୁବିଧା ସହିତ ନବୀକରଣ କରାଯାଉଛି ଯେଉଁଠାରେ ରାଜ୍ୟର ପ୍ରତ୍ୟେକ କୋଣକୁ ପ୍ରାଥମିକତା ଦିଆଯାଇଛି। ଏହା ସହିତ ଜଗନ୍ନାଥ ସର୍କିଟ ଟ୍ରେନ ଅଳ୍ପ ଦିନ ମଧ୍ୟରେ ଚଳାଚଳ କରିବବୋଲି ଅଶ୍ୱିନୀ ବୈଷ୍ଣବ କହିଥିଲେ।

ଭୁବନେଶ୍ୱର ରେଳ ଷ୍ଟେସନର ପୁନଃବିକାଶରେ ଆଧୁନିକ ଭିତ୍ତିଭୂମି ଏବଂ ସୁବିଧା ସହିତ ଅନେକ ଯାତ୍ରୀ ପାରିସେବା ରହିବ।  ପ୍ରକଳ୍ପର ନିର୍ମାଣ ଅବଧି କାର୍ଯ୍ୟ ଆରମ୍ଭରୁ 24 ମାସ ରହିଛି ବୋଲି ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ମାନ୍ୟବର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏବଂ ଅପରାଜିତା ଷଡ଼ଙ୍ଗୀ, ବିଧାୟକ  ଅନନ୍ତ ନାରାୟଣ ଜେନା ପ୍ରମୁଖ ଭୁବନେଶ୍ୱର ରେଳ ଷ୍ଟେସନରେ ଯୋଗଦାନ କରିଥିଲେ ।

ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଅନୁଗୁଳ ଷ୍ଟେସନ ଠାରେ ଆୟୋଜିତ ରେଳବାଇ କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରହଲ୍ଲାଦ ଯୋଶୀ ଏବଂ ଅଶ୍ବିନୀ ବୈଷ୍ଣବଙ୍କ ଉପସ୍ଥିତିରେ ସମ୍ବଲପୁର ଏବଂ ଶାଲିମାର ମଧ୍ୟରେ ନୂତନ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରାଇଥିଲେ | ଅନୁଗୁଳ-ଢେଙ୍କାନାଳ-ଭଦ୍ରକ ମାର୍ଗଦେଇ ସମ୍ବଲପୁର-ଶାଲିମାର-ସମ୍ବଲପୁର ଏକ୍ସପ୍ରେସ ଏହି ଅଞ୍ଚଳର ଲୋକଙ୍କ ଆକାଂକ୍ଷା ପୂରଣ କରିବ ଓ ଯାତ୍ରା ସୁବିଧା ଯୋଗାଇଦେବ।

ପରେ, ଅନୁଗୁଳ ଲୋକୋ ସେଡ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ 14 କିଲୋମିଟର ଦୈର୍ଘ୍ୟ ନୂତନ ରେଳ ଲାଇନକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରହଲ୍ଲାଦ ଯୋଶୀ ଏବଂ ଅଶ୍ବିନୀ ବୈଷ୍ଣବ ଉଦ୍ଘାଟନ କରିଥିଲେ | ଅନୁଗୁଳ-ବଳରାମ ନୂତନ ରେଳ ଲାଇନ ମାଲ ପରିବହନ ପାଇଁ ସୁବିଧା ଯୋଗାଇବ। ଏହା ବିଶେଷ ଭାବେ ଦେଶର ବିଭିନ୍ନ କୋଣ ଅନୁକୋଣରେ ଥିବା ବିଭିନ୍ନ ଶିଳ୍ପ ଏବଂ ପାୱାର ହାଉସକୁ କୋଇଲା ଯୋଗାଇବ ଏବଂ ଦେଶ ପାଇଁ ଅତିରିକ୍ତ ରାଜସ୍ୱ ଯୋଗାଇପାରିବ ।

ଓଡିଶା ବିଧାନ ସଭାର ମାନ୍ୟବର ଉପ ବାଚସ୍ପତି ରଜନୀ କାନ୍ତ ସିଂ, ମାନ୍ୟବର ସାଂସଦ ମହେଶ ସାହୁ, ମାନ୍ୟବର ବିଧାୟକ ବ୍ରଜ କିଶୋର ପ୍ରଧାନ, ସୁଶାନ୍ତ କୁମାର ବେହେରା ପ୍ରମୁଖ ଅନୁଗୁଳ ଠାରେ ଆୟୋଜିତ କାର୍ଯ୍ୟକ୍ରମ ମାନଙ୍କରେ ଯୋଗ ଦେଇଥିଲେ। ଏହାପୂର୍ବରୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଉଭୟ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ରେଳବାଇ କାର୍ଯ୍ୟ ଦକ୍ଷତା ସମ୍ବନ୍ଧରେ କହିଥିଲେ |

Leave A Reply

Your email address will not be published.