ଓଡ଼ିଆ ନ୍ୟୁଜ୍: ଆଜି ପଞ୍ଚୁକର ତୃତୀୟ ଦିନରେ ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବା ଡାଳିକିଆ ବେଶ। ଗତକାଲି ତ୍ରିବ୍ରିକ୍ରମ ବେଶରେ ଦର୍ଶନ ଦେବା ପରେ ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ ଦେଖିବାକୁ ବ୍ୟାକୁଳ ଶ୍ରଦ୍ଧାଳୁ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣମୀ। ମହୋଦଧିରେ ଡଙ୍ଗା ଛାଡ଼ି, ଜଗା ଦର୍ଶନ ସହ ମହାପ୍ରସାଦ ସେବନ କରି କାର୍ତ୍ତିକ ବ୍ରତ ସମାପନ ଲାଗି ଭକ୍ତ ଛୁଟି ଆସିବେ ପୁରୀ।
ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ । ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି। ତେଣୁ ସେହି ସ୍ମୃତିରେ କାର୍ତ୍ତିକ ମାସର ଏହି ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିହଂ ବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଲକ୍ଷ୍ମୀନୃସିଂହ ବେଶ କରିଥାନ୍ତି।