ପୁରୀରେ ଛୁରାମାଡ଼ !

0

ଓଡ଼ିଆ ନ୍ୟୁଜ୍: ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ଛୁରା ମାଡ଼ରେ ଦାଦା ଓ ପୁତୁରା ଆହତ।ବ୍ୟବସାୟିକ ଶତ୍ରୁତାରୁ ଆକ୍ରମଣ, ସିଂହଦ୍ବାର ଥାନାରେ ଏତଲା।ଫେରାର ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ପକ୍ଷରୁ ପ୍ରୟାସ।ଆଧ୍ୟାତ୍ମିକ ସହର ଶ୍ରୀକ୍ଷେତ୍ରରେ ପୁଣି ହିଂସାକାଣ୍ଡ ଦେଖିବାକୁ ମିଳିଛି। ସ୍ବଷ୍ଟ ଦିବାଲୋକରେ ଛୁରାମାଡ଼ ହୋଇଛି। ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ହୋଇଥିବା ଛୁରାମାଡ଼ରେ ଦାଦା ଓ ପୁତୁରା ଆହତ ହୋଇଛନ୍ତି। ଆହତ ବ୍ୟକ୍ତିମାନେ ହେଲେ ଗୌରାଙ୍ଗ ସାହୁ ଓ ସନ୍ତୋଷ କୁମାର ସାହୁ। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହି ଘଟଣା ନେଇ ସିଂହ ଦ୍ୱାର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଦାଦା ଓ ପୁତୁରାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛି। ଥାନାରେ ଅଭିଯୋଗ ପରେ ପୁଲିସ ତଦନ୍ତ କରୁଅଛି। ଫେରାର ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ଛାନ୍‌ଭିନ୍ ଆରମ୍ଭ କରିଛି।

 

Leave A Reply

Your email address will not be published.