ଓଡ଼ିଆ ନ୍ୟୁଜ୍: ରଥଯାତ୍ରାରେ ଜୈବିକ ଅମୃତ ଅନ୍ନରେ କୋଠଭୋଗ ପ୍ରସ୍ତୁତ ହେବ। କୋରାପୁଟର ‘ପ୍ରଗତି’ ଅନୁଷ୍ଠାନ ଅମୃତ ଅନ୍ନ ଯୋଗାଣ ସକାଶେ ସହଯୋଗର ହାତ ବଢାଇଛି ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ କୋରାପୁଟରୁ ୫ ପ୍ରକାର ଜୈବିକ ଚାଉଳ ପୁରୀ ଆସିଥିବା ସୁଆର ମହାସୁଆର ନିଯୋଗ ସମ୍ପାଦକଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ମହାପ୍ରଭୁଙ୍କ କୋଠଭୋଗ କେବଳ ଜୈବିକ ଚାଉଳରେ ହେବ। ଜୈବିକ ଚାଉଳରେ ପ୍ରସ୍ତୁତ ଭୋଗର ଦାମ ଅଧିକ ରହିବ ନାହିଁ। ଏପରିକି ପରବର୍ତ୍ତୀ ସମୟରେ ନୀଳାଚଳ ଭୋଗ ପାଇଁ ଏହି ଚାଉଳ ବ୍ୟବହାର ହେବ ବୋଲି ସୂଚନା ମିଳିଛି।