ଓଡ଼ିଆ ନ୍ୟୁଜ୍: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି । ପଇତାଲାଗି ନୀତି ଯୋଗୁଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ବନ୍ଦ ରହିବ ଦର୍ଶନ । ଆଜି ମାର୍ଗଶୀର କୃଷ୍ଣ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ।
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପାଞ୍ଚ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାୟୀ, ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ।