ଓଡ଼ିଆ ନ୍ୟୁଜ୍: ଆସନ୍ତାକାଲି ସକାଳ ୯ଟା ୩୦ରେ ପୁଣି ଆରମ୍ଭ ହେବ ରଥଟଣା।ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବଦିନାତ୍ମକ ରଥଯାତ୍ରାର ପ୍ରଥମ ଦିନରେ ରଥା ଟଣା ସରିଛି। ଶୁକ୍ରବାର ଅପରାହ୍ନ ସାଢ଼େ ୪ରେ ରଥଟଣା ଆରମ୍ଭ ହୋଇଥିଲା। ବଡ଼ ଠାକୁର ବଳଭଦ୍ରଙ୍କ ରଥକୁ ପ୍ରଥମେ ଭିଡ଼ି ନେଇଥିଲେ ଭକ୍ତ। ଏହା ପରେ ମା’ ସୁଭଦ୍ରାଙ୍କ ରଥକୁ ଟାଣିଥିଲେ ଭକ୍ତ। ଶେଷରେ ଶ୍ରୀଜଗନ୍ନାଥଙ୍କ ରଥ ଟଣା ହୋଇଥିଲା।
ତେବେ ପ୍ରଥମ ଦିନର ରଥ ଟଣା ପରେ ବଳଭଦ୍ରଙ୍କ ତାଳଧ୍ବଜ ରଥ ବଳଗଣ୍ଡି ଛକରେ ଅଟକିଛି।ସେହିଭଳି ମରିଚିକୋଟ ଟାଉନ ଥାନା ନିକଟରେ ଅଟକିଲା ମା’ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ଅଳ୍ପ ବାଟ ଟଣା ଗଡ଼ି ସିଂହଦ୍ବାର ନିକଟରେ ହିଁ ଅଟକିଛି ନନ୍ଦିଘୋଷ ରଥ। ଶନିବାର ସକାଳ ସାଢ଼େ ୯ଟାରୁ ପୁଣି ରଥ ଟଣା ହେବ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।