ପ୍ରଥମେ ଚଳନ୍ତି ରତ୍ନଭଣ୍ଡାର ଗଣତି ମଣତି

0

ଓଡ଼ିଆ ନ୍ୟୁଜ୍: ପ୍ରଥମେ ଚଳନ୍ତି ରତ୍ନଭଣ୍ଡାର ଗଣତି ମଣତି ହେବ।ରତ୍ନଭଣ୍ଡାର ଗଣତି ମଣତି ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି। ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।ଦ୍ବିତୀୟ ପର୍ଯ୍ୟାୟରେ ବାହାର ରତ୍ନଭଣ୍ଡାର ଗଣତି ମଣତି।ଚଳନ୍ତି ଓ ବାହାର ରତ୍ନ ଭଣ୍ଡାର ପରେ ଭିତର ରତ୍ନଭଣ୍ଡାର ଗଣତି ମଣତି।ମାହେନ୍ଦ୍ର ବେଳା ମାର୍ଚ୍ଚ ୨୫ ଚୈତ୍ର ଶୁକ୍ଳ ସପ୍ତମୀ ତିଥିରୁ ଗଣତି ମଣତି।୧୨ଟା ୯ରୁ ୧ ଟା ୪୫ ମଧ୍ୟରେ ଗଣତି ମଣତି ଶୁଭାରମ୍ଭ।ଭିଡିଓଗ୍ରାଫି, ଫଟୋଗ୍ରାଫି, 3D ମ୍ୟାପିଂ ପାଇଁ ବ୍ୟବସ୍ଥା ହୋଇଛି।

ସ୍ୱର୍ଣ୍ଣ ଅଳଙ୍କାର ହଳଦିଆ ରଙ୍ଗର ଭେଲଭେଟ୍ କନାରେ ଗୁଡ଼ାଯାଇ ଟିଣ ବାକ୍ସ ଓ ପରେ ତାକୁ ସିନ୍ଧୁକରେ ରଖାଯିବ। ରୌପ୍ୟ ଅଳଙ୍କାର ଧଳା ବା ସିଲଭର ରଙ୍ଗ ଓ ଅନ୍ୟାନ୍ୟ ଅଳଙ୍କାର ଲାଲ ରଙ୍ଗ ଭେଲଭେଟ କନାରେ ଗୁଡ଼ାଯାଇ ରଖାଯିବ। କେବଳ ମେଳକ, ଗଣତି କରାଯିବ। କୌଣସି ମୂଲ୍ୟାୟନ ହେବ ନାହିଁ । କେବେ ସଂପୂର୍ଣ୍ଣ ଗଣତିମଣତି ସରିବ ସେ କଥା କହି ହେବନି। କନ୍ତୁ ପାରମ୍ପରିକ ବସ୍ତ୍ର ପିନ୍ଧି ହେବ ଗଣତିମଣତି। ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି ପାଇଁ ସୁପରଭାଇଜିଂ ଟିମ୍ ଓ ହ୍ୟାଣ୍ଡଲିଂ ଟିମ୍ ଏହିଭଳି ଦୁଇଟି ଟିମ୍ ଗଠିତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୁପରଭାଇଜିଂ ଟିମ୍ ର ଅଧ୍ୟକ୍ଷ ରହିଥିବାବେଳେ ରତ୍ନଭଣ୍ଡାର ତଦାରଖ କମିଟିର ଦୁଇ ଜଣ ସଦସ୍ୟ, ଜଣେ ସେବାୟତ ସଦସ୍ୟ ରହିଛନ୍ତି।

Leave A Reply

Your email address will not be published.