ଓଡ଼ିଆ ନ୍ୟୁଜ୍: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ। ଟେବୁଲ୍ କ୍ୟାଲେଣ୍ଡର, ଓ୍ୱାଲ୍ କ୍ୟାଲେଣ୍ଡର ଓ ଡାଏରୀରେ ସମାନ ଚିତ୍ର। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ଛପା ଯାଇଛି। ପଟଚ୍ଚିତ୍ରରେ ଅଙ୍କା ଯାଇଥିବା ଚିତ୍ରକୁ ନେଇ ପ୍ରଶ୍ନ ଉଠାଇଲେ ବୁଦ୍ଧିଜୀବୀ। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟର ଫଟୋରେ ମଧ୍ୟ ତ୍ରୁଟି। ପ୍ରଥମେ ଦେବୀ ସୁଭଦ୍ରା, ପରେ ଶ୍ରୀଜଗନ୍ନାଥ ଓ ଶେଷରେ ଶ୍ରୀବଳଭଦ୍ରଙ୍କ ରଥଟଣା ଚିତ୍ର।
ସେହିପରି ରଥଯାତ୍ରାର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡରରେ ରହିଥିବା ବେଳେ ସେଥିରେ ମଧ୍ୟ ତ୍ରୁଟି ଦେଖିବାକୁ ମିଳିଛି। ପ୍ରଥମେ ସୁଭଦ୍ରାଙ୍କ ରଥ, ପରେ ଜଗନ୍ନାଥଙ୍କ ରଥ ଏବଂ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା ଯାଉଥିବାର ସମ୍ପର୍କିତ ଚିତ୍ରର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡରରେ ସ୍ଥାନ ପାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ୨୦୨୬ କ୍ୟାଲେଣ୍ଡରରେ ଏଭଳି ତ୍ରୁଟିକୁ ଜଗନ୍ନାଥ ପ୍ରେମୀ ଓ ଶ୍ରୀମନ୍ଦିର ସେବାୟତ ସମାଲୋଚନା କରିଛନ୍ତି।