ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଘର: ରବି ନାଏ କ

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର।ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ।ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ’।’ପୂର୍ବରୁ ୧ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଯୋଜନାରେ ସାମିଲ୍ କରାଯାଇଛି’।ନଭେମ୍ବରରେ ଦିଆଯିବ ପିଏମ୍‌ ଆବାସର କାର୍ଯ୍ୟାଦେଶ।ନୂଆ ପିଏମ୍‌ ଆବାସ ସର୍ଭେରେ ଆବେଦନ କରିଥିଲେ ୩୫ ଲକ୍ଷ ହିତାଧିକାରୀ’।’ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ, କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ’।

ନୂଆ ସର୍ଭେ ଅନୁସାରେ ୩୫ ଲକ୍ଷ ଆବେଦନ ଆସିଛି। ୩ ଲକ୍ଷ ଆବେଦନ ଅନ୍‌ଲାଇନରେ ଆସିଛି।ପ୍ରଶାସନିକ ଅଧିକାରୀଙ୍କ ଦ୍ୱାରା ଚି଼ହ୍ନଟ ହୋଇଛି । ସ୍କୁଟିନ କରାଯାଇଛି ଠିକ୍ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.