ଓଡ଼ିଆ ନ୍ୟୁଜ୍: ନର୍ସିଂ ଛାତ୍ରୀ ମୃତ୍ୟୁ ମାମଲାରେ ବିଜେଡିର ବନ୍ଦ ଡାକରା।ଆସନ୍ତାକାଲି ୧୨ ଘଣ୍ଟିଆ ରାଇଘର ବ୍ଲକ ବନ୍ଦ ଡାକରା ଦେଲା ବିଜେଡି।ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ବିଜେଡିର ବନ୍ଦ ପାଳନ ଡାକରା।ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ବିଜେଡିର ବନ୍ଦ ଡାକରା।ଏନେଇ ସୂଚନା ଦେଲେ ଜିଲ୍ଲା ବିଜେଡି ସଭାପତି ମନୋହର ରନ୍ଧାରୀ।ଫଳରେ ଜରୁରୀକାଳୀନ ସେବା ବ୍ୟତୀତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ, ଦୋକାନ, ବଜାର, ସ୍କୁଲ୍ କଲେଜ୍, ଯାନବାହନ ସମ୍ପୂର୍ଣ୍ଣ ବନ୍ଦ ରହିବ।ନବରଂଗପୁର ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ, ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଇସ୍ତଫା ଦିଅନ୍ତୁ। ତା’ ସହିତ ସରକାର ରାଇଘର ନର୍ସିଂ ପୀଡ଼ିତାଙ୍କୁ ୧ କୋଟି ଟଙ୍କା କ୍ଷତିପୂରଣ ଦିଅନ୍ତୁ।
ବିଜେଡି କହିଛି ଯେ, ଯେତେ ଦିନ ପର୍ଯ୍ୟନ୍ତ ଏହି ରାଜ୍ୟର ନାରୀ, ଛାତ୍ରୀ, ନାବାଳିକା ସୁରକ୍ଷିତ ହେବେ ନାହିଁ, ବିଜେଡି ସେମାନଙ୍କୁ ସୁରକ୍ଷା ଦେବା ପାଇଁ ସାରା ରାଜ୍ୟରେ ଆନ୍ଦୋଳନକୁ ବ୍ୟାପକ କରିବ। ନବରଙ୍ଗପୁର ଜିଲ୍ଲାବାସୀ ଏବଂ ରାଇଘରବାସୀଙ୍କୁ ବିଜେଡି ତରଫରୁ ଅନୁରୋଧ କରାଯାଉଛି କି ଆସନ୍ତାକାଲି ୧୨ ଘଣ୍ଟା ବନ୍ଦକୁ ସମ୍ପୂର୍ଣ୍ଣ ସହଯୋଗ କରନ୍ତୁ।