ରାଜଗାଙ୍ଗପୁରରେ ନିର୍ମାଣ ହେବ ରେଲ୍‌ ଓଭରବ୍ରିଜ୍: ଲୋକଙ୍କଠାରୁ ସିଧାସଳଖ କିଣାଯିବ ଜମି

0

ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ନିର୍ମାଣ ହେବ ରେଲ୍‌ ଓଭରବ୍ରିଜ୍। ଏଥିପାଇଁ ଜମି ଅଧିଗ୍ରହଣ କରା ନ ଯାଇ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ ଯେ ଗତ ମାର୍ଚ୍ଚ ମାସ ୧୧ ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିବା ସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ। ଏହି ଗସ୍ତ ସମୟରେ ଜିଲ୍ଲାର ରାଜଗାଙ୍ଗପୁରଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସଂପର୍କରେ ସେ ଅବଗତ ହୋଇଥିଲେ। ଏହା ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ, ଆରଓବି ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର  କିଣିନେଇ ନିର୍ମାଣ କାମକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ।

Leave A Reply

Your email address will not be published.