ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟସଭା ପ୍ରାର୍ଥୀ ଭାବେ ଆଜି ନାମାଙ୍କନ ଭରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବିଜେପି କେନ୍ଦ୍ରମନ୍ତ୍ରୀଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଆଜି ସେ ପ୍ରାର୍ଥିପତ୍ର ଦାଖଲ କରିବେ । ୨୦୧୯ର ପୁରନାବୃତ୍ତି ହେବାକୁ ଯାଉଛି । ରାଜ୍ୟରେ ଖାଲି ହେଉଥିବା ୩ ରାଜ୍ୟସଭା ଆସନ ପାଇଁ ବିଜେଡି ଦୁଇଟି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ତୃତୀୟ ପ୍ରାର୍ଥୀକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା । ଦେବିଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ଭରିଥିଲେ । ତେବେ ଗତକାଲି(ବୁଧବାର) ବିଜେପି ଅଶ୍ବିନୀଙ୍କ ନାମ ଘୋଷଣା କରି ଚର୍ଚ୍ଚାର ଅବସାନ ଘଟାଇଛି ।

ନାମାଙ୍କନ ଦାଖଲ ପୂର୍ବରୁ ଗତକାଲି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି ଅଶ୍ୱିନୀ ବୈଷ୍ଣବ। ଏଥିସହ ପୁରୀରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି।  ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଦୁଇ ଦିନ ତଳେ ବିଜେଡି କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିଲା।

ତେବେ ତୃତୀୟ ପ୍ରାର୍ଥୀ କିଏ ହେବ ତାକୁ ନେଇ ସସପେନ୍ସ ଜାରି ରହିଥିଲା। ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯିବ ବୋଲି ଚର୍ଚ୍ଚା ହେଉଥିଲା। ଗତକାଲି ସେହି ଚର୍ଚ୍ଚାର ଅନ୍ତ ଘଟିଥିବା ବେଳେ ଅଶ୍ୱିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି।

Leave A Reply

Your email address will not be published.