ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।୧୭ରୁ ୨୦ ତାରିଖ ଯାଏଁ ଅତିପ୍ରବଳ ବର୍ଷା ହେବ।ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ।୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ ସୃଷ୍ଟ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷିବ।ଏନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି।
ସୋମବାର ଚାନ୍ଦବାଲିରେ ସର୍ବାଧିକ ୪୭.୪ ମିମି ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୫.୮ ମିମି, ଝାରସୁଗୁଡ଼ା ୨୮.୬ ମିମି, ଭଦ୍ରକ ୧୯.୧ ମିମି, କେନ୍ଦୁଝର ୧୫.୬ ମିମି, ବରଗଡ଼ ୧୩.୭ ମିମି, ଯାଜପୁର ୮.୫ ମିମି, ବାଲେଶ୍ୱର ୮.୨ ମିମି ଏବଂ ଦାରିଙ୍ଗିବାଡିରେ ୨.୦ ମିମି ବର୍ଷା ରେକର୍ଡ ହୋଇଛି। ମଙ୍ଗଳବାର କଳାହାଣ୍ଡି, କଟକ ଓ ଜଗତସିଂହପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।