ଶ୍ରୀକ୍ଷେତ୍ରରେ ବର୍ଷା; ଭକ୍ତି ରସରେ ଭିଜୁଛନ୍ତି ଭକ୍ତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼। ରୂପାନ୍ତରଣର ସ୍ପର୍ଶରେ ସଜେଇ ହୋଇଛି ପୁରୀ ବଡଦାଣ୍ଡ। ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ୩ ଦିନ ଧରି ଚାଲିଛି ମହାଯଜ୍ଞ। ମନ୍ତ୍ରଧ୍ବନୀରେ କମ୍ପୁଛି ଶ୍ରୀକ୍ଷେତ୍ର। ଶ୍ରୀକ୍ଷେତ୍ରରେ ମେଘୁଆ ପାଗ ସାଙ୍ଗକୁ ଲାଗି ରହିଛି ଝିପିଝିପି ବର୍ଷା। ଭକ୍ତି ରସରେ ଭିଜୁଛନ୍ତି ଭକ୍ତ। ହେଲିପ୍ୟାଡରେ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଶ୍ରୀକ୍ଷେତ୍ର ପହଞ୍ଚିବେ। ଶ୍ରୀସେତୁ ଓ ଶ୍ରୀମାର୍ଗର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଅନ୍ୟପଟେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଜୋରସୋରରେ ଚାଲିଛି ପ୍ରସ୍ତୁତି। ଆଜି ମହାଯଜ୍ଞର ଶେଷ ଦିନ। ଶ୍ରୀମନ୍ଦିର ଚାରିଦ୍ୱାର ଋଗ, ସାମ, ଯର୍ଜୁ ଓ ଅଥର୍ବ ବେଦ ମନ୍ତ୍ରରେ ପ୍ରକମ୍ପିତ ହୋଇଛି। ନିର୍ଦ୍ଦାରିତ କାର୍ଯ୍ୟସୂଚୀ ଅନୁସାରେ ଶ୍ରୀକ୍ଷେତ୍ରରେ ମହାଯଜ୍ଞର ଶୁଭାରମ୍ଭ ହୋଇଥିଲା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ଯଜ୍ଞ ଲାଗି ପୂଜାର୍ଚ୍ଚନା ଚାଲିଛି।

ଭକ୍ତି ରସରେ ଭିଜୁଛନ୍ତି ଭକ୍ତ । ପୁର୍ବାଲି ବାୟୁ ଓ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟ ବର୍ଷା ହୋଇଥିବା ବେଳେ ଉପକୂଳ ଓଡିଶାରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଯଜ୍ଞ ଚାଲିଥିବା ବେଳେ ଆକାଶରୁ ପୁଷ୍ପବୃଷ୍ଟି କରୁଛନ୍ତି ଇନ୍ଦ୍ରଦେବ । ବର୍ଷାରେ ଭିଜି ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ । ସେପଟେ ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ । ଏହି ଭବ୍ୟ ଉତ୍ସବର ୯୦୦ରୁ ଅଧିକ ଅତିଥି ସାକ୍ଷୀ ରହିବେ । ଲୋକାର୍ପଣ ପରେ ଗଜପତି ମହାରାଜା ଯଜ୍ଞର ପୂର୍ଣ୍ଣାହୁତି ଦେବେ ।

Leave A Reply

Your email address will not be published.