ଓଡ଼ିଆ ନ୍ୟୁଜ୍: ବାତ୍ୟା ‘ମୋନ୍ଥା’ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ୩୦ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶା ଉପକୂଳକୁ ୱାର୍ଣ୍ଣିଂ ଜାରି। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ। କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳକୁ ବି ଅରେଞ୍ଜ ୱାର୍ଣ୍ଣିଂ। କାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମକୁ ରେଡ୍ ୱାର୍ଣ୍ଣିଂ। ୨୯ ତାରିଖ ପାଇଁ ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି।ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାକୁ ରେଡ୍ ୱାର୍ଣ୍ଣିଂ।