ଟ୍ୱିନ ସିଟିରେ ବର୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ରାଜ୍ୟରେ ୧୦ ଜିଲ୍ଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି |

ପାଣିପାଗ ବିଭାଗର ସୂଚନା ଅନୁସାରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର, ଅନୁଗୁଳ, ଦେବଗଡ଼ ଜିଲ୍ଲାର ଅନେକ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଭୁବନେଶ୍ୱର କଟକରେ ମଧ୍ୟ ହାଲୁକା ବର୍ଷା ସହିତ ମେଘୁଆ ପାଗ ରହିଛି । ଅନେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ମାରୁଥିବାରୁ ଆସନ୍ତା କିଛି ଘଣ୍ଟା ଘରୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ୩ ଘଣ୍ଟା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବର୍ଷା ଯୋଗୁ ୩ ରୁ ୪ ଦିନ ହେଲାଣି ରାଜ୍ୟରେ ଖରାର ପ୍ରକୋପ କମିଛି। ତେବେ ୧୩ ତାରିଖ ପରଠାରୁ ପରବର୍ତ୍ତୀ ୨ଦିନ ମଧ୍ୟରେ ରାଜ୍ୟରେ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ପୁଣି ଦିନ ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର ଅଞ୍ଚଳରେ ୪୦ଡ଼ିଗ୍ରୀ କିମ୍ବା ଅଧିକ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

Leave A Reply

Your email address will not be published.