ଆସନ୍ତା ୨୪ ଘଣ୍ଟାରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

0

ଓଡିଆ ନ୍ୟୁଜ (ବ୍ୟୁରୋ) : ଆଜି ମୌସୁମୀ ନିମ୍ନ ଚାପ-ରେଖା ପ୍ରଭାବରେ ଆଗାମୀ ୩ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ପ୍ରଭୃତି ୧୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

ଅନ୍ୟପକ୍ଷରେ ହୀରାକୁଦ ଜଳଭଣ୍ଡାରରୁ ଜଳସ୍ତର କମିବାରେ ଲାଗିଛି । ବର୍ତ୍ତମାନ ୨୦ଟି ଗେଟ୍ ଦେଇ ହୀରାକୁଦରୁ ବନ୍ୟାଜଳ ନିଷ୍କାସିତ ହେଉଛି । ଏବେ ନଦୀଗୁଡିକରେ ଜଳସ୍ତର କମ୍ ଥିବାରୁ ବନ୍ୟା ଆଶଙ୍କା ନଥିବା କୁହଯାଇଛି ।

Leave A Reply

Your email address will not be published.