୭ଟି ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍‌ ଆଲର୍ଟ ଜାରି

0

ଓଡ଼ିଆ ନ୍ୟୁଜ୍: ଆଗାମୀ ୨ ଦିନ ଯାଏ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୨୪ ଘଂଟାରେ କୋରାପୁଟ, ରାୟଗଡା, ଗଂଜାମ, ନବରଙ୍ଗପୁର, ନୂଆପଡା, ମୟୁରଭଞ୍ଜ, ବାଲେଶ୍ୱର,ଭଦ୍ରକ, କେନ୍ଦୁଝର, ଝାରସୁଗୁଡା ଓ ସୁନ୍ଦରଗଡ ଏହି ୧୧ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ୫୦ ରୁ ୬୦ କିମି ଝଡ଼ ପବନର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଉପକୂଳ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଙ୍ଗ ଜାରି ହୋଇଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୭ଟି ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍‌ ଆଲର୍ଟ ଜାରି କରିଛି। କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, ବାଲେଶ୍ବର, ଗଞ୍ଜାମକୁ ରେଡ୍‌ ଆଲର୍ଟ ହୋଇଛି। ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପିଛା ୬୦ରୁ ୭୦ କିମି ସହ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.