ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ଦକ୍ଷିଣପୂର୍ବ ବଙ୍ଗୋପସାଗର-ଆଣ୍ଡାମାନ ସାଗରରେ ଗୁରୁବାର ସକାଳେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଆଇଏମଡି ପକ୍ଷରୁ ସୂଚନା ମିଳିଛି।

ଆଗାମୀ ୧୯ ତାରିଖ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ କଣ ରହିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଆଗ ଗୋଟେ କି ଦୁଇ ଦିନ ମଧ୍ୟରେ ପୁରା ଚିତ୍ର ସ୍ପଷ୍ଟ ହୋଇଯିବ ବୋଲି ଅନୁମାନ କରାଯାଉଛି ।
ବଙ୍ଗୋପସାଗରରେ ଲଘୁଚାପ।

ଆଗାମୀ ୩ ଦିନରେ ଲଘୁଚାପ ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡକୁ ମୁହାଁଇବ ବୋଲି ଆକଳନ କରାଯାଇଛି। ଏହାର ପ୍ରଭାବରେ ୨୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଗକୁ ନଭେମ୍ବର ୨୭ରୁ ଡିସେମ୍ବର ୪ ଭିତରେ ବଙ୍ଗୋପସାଗରରେ ଆଉ ୨ଟି ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନୀ କହିଛନ୍ତି । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିପାରେ । ଏଥିଯୋଗୁ ଓଡ଼ିଶାରେ ମେଘୁଆ ପାଗ ସହ ଶୀତ କମିବ । ହେଲେ ସମ୍ଭାବ୍ୟ ୨ ଲଘୁଚାପ ନେଇ ପାଣିପାଗ ବିଭାଗ କିଛି ସୂଚନା ଦେଇନାହିଁ ।…

Leave A Reply

Your email address will not be published.