ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି:୮ ଓ ୯ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଭାରତ ମହାସାଗର ଓ ଏହା ସଂଲଗ୍ନ ମାଇକ୍ରୋ ଷ୍ଟେଟ୍‌ ଅଞ୍ଚଳକୁ ପ୍ରବେଶ କରିଛି । ସୋମବାର ସୁଦ୍ଧା ଏହା ଲଘୁଚାପର ରୂପ ନେଇପାରେ । ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୮ ଓ ୯ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଗଜପତି ଓ ରାୟଗଡାରେ ଅଧିକ ବର୍ଷା ହୋଇପାରେ ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି ।

ଆସନ୍ତା ୨ରୁ ୩ ଦିନ ଭିତରେ ରାତି ତାପମାତ୍ରା ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । କିଛି ଜିଲ୍ଲାରେ କୁହୁଡ଼ି ଦେଖାଦେବା ସମ୍ଭାବନା ରହିଛି

Leave A Reply

Your email address will not be published.