ଆଜିଠୁ ଆରମ୍ଭ ବର୍ଷା; ୩ ଦିନ ପ୍ରବଳ ବର୍ଷିବ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଥମେ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ।

ପ୍ରଭାବରେ ୨୨ ତାରିଖଠାରୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି, ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ୨୨ ତାରିଖ ସକାଳଠାରୁ ୨୩ ତାରିଖ ପୂର୍ବାହ୍ନ ମଧ୍ୟରେ ଉପକୂଳ ଜିଲ୍ଲାଗୁଡ଼ିକ ସମେତ ଖୋର୍ଦ୍ଧା, ନୟାପଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହାର ପ୍ରଭାବରେ ୨୪ ତାରିଖରୁ ରାଜ୍ୟର ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାକୁ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.