ଓଡ଼ିଆ ନ୍ୟୁଜ୍: 3 ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୪ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର ଏହି ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୋଳ ଏବଂ ଦେବଗଡ଼ ଏହି ୬ ଜିଲାକୁ ୟେଲେ ଓ୍ବାର୍ନିଂ ଜାରି କରାଯାଇଛି।